ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ତିର୍ତ୍ତୋଲ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବା ସହ ଲୋକଙ୍କ ସମସ୍ୟା ଓ ରିଲିଫ୍-ପୁନର୍ବାସ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ଜଗତସିଂହପୁର, ଅଗଷ୍ଟ ୩: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ କୋଷ୍ଟିମଲ୍ଲିକପୁର ଗ୍ରାମ ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସେ ବନ୍ୟା ପ୍ରଭାବିତ ଗ୍ରାମଗୁଡ଼ିକ ବୁଲି ଦେଖିଛନ୍ତି । ଏହାସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଛନ୍ତି । କ୍ଷେତ୍ରସ୍ତରରେ ବନ୍ୟା ପରିସ୍ଥିତି ଓ ରିଲିଫ୍ ଏବଂ ପୁନର୍ବାସ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମଧ୍ୟ ଉପମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ । SHABD,Jagatshinghpur, August 3, BCDTV Bcdodishanews Voice of odisha
👇समाचार सुनने के लिए यहां क्लिक करें
ଅଧିକ ପ Read ନ୍ତୁ |
- ବିଜ୍ଞାପନ

