Odisha Appoints 10 IAS Officers As Voter Observers
Synopsis : ରାଜ୍ୟର ୧୦ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ ଭାବେ ନିଯୁକ୍ତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ ।
୩ ଜୁଲାଇ, ଭୁବନେଶ୍ୱର: ରାଜ୍ୟର ୧୦ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ ଭାବେ ନିଯୁକ୍ତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ- ଏସଆଇଆର ପ୍ରକ୍ରିୟାକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଏହି ଅଧିକାରୀମାନଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ପ୍ରଦାନ କରାଯାଇଛି । ଏହି ସମସ୍ତ ପର୍ଯ୍ୟବେକ୍ଷକ ଭୋଟର ତାଲିକା ସଂଶୋଧନ ଅବଧି ମଧ୍ୟରେ ଦାୟିତ୍ୱରତ ଜିଲ୍ଲାକୁ ଅତିକମରେ ୩ ଥର ଗସ୍ତ କରି ସ୍ଥିତି ସମୀକ୍ଷା କରିବେ । ବିଭିନ୍ନ ବିଧାନସଭା ମଣ୍ଡଳୀର ମତଦାନ କେନ୍ଦ୍ରଗୁଡ଼ିକୁ ନିଜେ ପରିଦର୍ଶନ କରିବା ସହ ସ୍ଥାନୀୟ ସାଂସଦ ,ବିଧାୟକ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କୁ ନେଇ ଏକ ବୈଠକ କରିବେ । ଭୋଟର ତାଲିକା ସମ୍ବନ୍ଧୀୟ ଯେକୌଣସି ସମସ୍ୟା ବା ଅଭିଯୋଗ ପାଇଁ ସାଧାରଣ ଜନତାଙ୍କୁ ମଧ୍ୟ ପର୍ଯ୍ୟବେକ୍ଷକଙ୍କୁ ସାକ୍ଷାତ କରିବାର ସୁଯୋଗ ଦିଆଯିବ । ଆସନ୍ତା ଜୁଲାଇ ୫ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ କରାଯିବ ।
Source SHABD BBSR
Bcdodishanews
Bcdtv
Voice of odisha
