ରଥଯାତ୍ରା ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ପରିବହନ, ଓ ଟ୍ରାଫିକ୍ ପରିଚାଳନା ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ।
୩ ଜୁଲାଇ, ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ପରିବହନ, ସୁରକ୍ଷିତ ଯାତାୟାତ ଓ ଟ୍ରାଫିକ୍ ପରିଚାଳନା ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଶ୍ରୀ ଜେନା କହିଛନ୍ତି, ରଥଯାତ୍ରା ସମୟରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁଗମ ଯାତାୟାତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା। ପ୍ରଶାସନ, ପୋଲିସ ଓ ପରିବହନ ବିଭାଗର ସମନ୍ୱୟରେ ସମସ୍ତ ଆବଶ୍ୟକ ବ୍ୟବସ୍ଥା କରାଯାଉଛି । ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରିବା ସହ ନିୟମିତ ତଦାରଖ କରିବାକୁ ମନ୍ତ୍ରୀ ଶ୍ରୀ ଜେନା ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Source SHABD BBSR
Bcdodishanews
BCDTV
